ଗଜପତି ଜିଲ୍ଲାସ୍ତରୀୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ବିଶ୍ବ ଏଡ୍ସ ଦିବସ ପାଳିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପ୍ରତି ବର୍ଷ ପରି ଏହି ବର୍ଷ ମଧ୍ଯ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଡିସେମ୍ବର ୧ ତାରିଖକୁ ବିଶ୍ବ ଏଡ୍ସ ଦିବସ ପାଳିତ ହୋଇଯାଇଛି। ଏହି ପରିପେକ୍ଷିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କର୍ଯ୍ୟଳୟ ପ୍ରଶିକ୍ଷଣ କେନ୍ଦ୍ରଠାରେ ଏକ ବୈଠକ ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଏଡିଓଏଚଓ ଡା.ରବି ନାରାୟଣ ଦାସ, ଜିଲ୍ଲା ସ୍ବାସ୍ଥ୍ୟ ମିଶନ ପ୍ରକଳ୍ପ ସଂଯୋଜକ ସୌମ୍ୟା ରାଣୀ ଗୌଡ଼ ଯୋଗ ଦେଇଥିଲେ । ଜିଲ୍ଲା ମୁଖ୍ୟ ଚକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର ବାକ୍ତବ୍ୟରେ HIV ର କାରଣ ଓ ନିରାକରଣ ବିଷୟ ରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ ଓ ଯୁବ ପିଢ଼ି ଏହି ବାର୍ତ୍ତାକୁ ସଠିକ ରୂପେ ପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ । ତତ୍ ସଙ୍ଗେ ସଙ୍ଗେ ଗର୍ଭବତୀ ମହିଳା ମାନେ କିପରି ନିଜର HIV ପରୀକ୍ଷା କରିବେ ସେଥିପ୍ରତି ଅଧିକ ଗୁରୁତ୍ୱ ଦେବା ପାଇଁ କହିଥିଲେ ଏବଂ ବିଶ୍ବକୁ ଏଡ୍ସ ମୁକ୍ତ କରିବା ପାଇଁ ଉପସ୍ଥିତ ଥିବା ଜନସାଧାରଣଙ୍କୁ ସେ ଉପଦେଶ ଦେଇଥିଲେ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନ ସ୍ୱେଚ୍ଛା ସେବି SWS, AHANA , ANMTC ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ମଧ୍ୟ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଆଇସିଟିସି ସୁପରଭାଜର ଶକ୍ତି ପ୍ରସାଦ ପଟ୍ଟନାୟକ ଓ ଡିପିସି NTEP, ପି. କଟେଶ୍ୱର ରାଓ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ଉପଲକ୍ଷେ ଏକ ବକୃତା ପ୍ରତିଯୋଗୀତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ଏକ ମିନିଟ୍ ଭିଡ଼ିଓ ପ୍ରତିଯୋଗିତା ହୋଇଥିଲା ଏବଂ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ