ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ଅନ୍ତର୍ଗତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ,ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ, ରାଣୀପେଣ୍ଠ, କେରାଣ୍ଡି ଓ ପାଟିକୋଟା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା-୧୦ , ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ.ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ