ବେଲଗୁଣ୍ଠାର ବିଭିନ୍ନ ମହାବିଦ୍ୟାଳୟରେ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ମହାବିଦ୍ୟାଳୟରେ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ଏହି ଅବସରରେ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଇତିହାସ ବିଭାଗର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା I କାର୍ଯ୍ୟକ୍ରମରେ ଅଧ୍ୟାପକ ଡ.ଗୁରୁମୂର୍ତ୍ତୀ ନାୟକ,ସନ୍ତୋଷ କୁମାର ପାଣିଗ୍ରାହୀ, ସପନ କୁମାର ପ୍ରଧାନ, ଅଧ୍ୟାପିକା ପିଙ୍କି ପାତ୍ର ଏବଂ ସାମ୍ବାଦିକ ଶିବରାମ ଚୌଧୂରୀ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ I କାର୍ଯ୍ୟକ୍ରମକୁ ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ ପରିଚାଳନା କରିଥିଲେ I ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ ଧନ୍ୟବାଦ ଜ୍ଞାପନ କରିଥିଲେ I ସେହିପରି କ୍ଷତ୍ରିୟବରପୁର ଆଞ୍ଚଳିକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି, ଅଧ୍ୟାପକ ଗିରିଧର ନାୟକ,ରବି ପାତ୍ର, ସନ୍ଦୀପ କୁମାର ଦାସ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ I ବିଭାଗୀୟ ଅଧ୍ୟାପକ ସଞ୍ଜତ କୁମାର ଦାସ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I


