ଓଡିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ
ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟରେ ଡିସେମ୍ବର ୭ ତାରିଖ ଦିନ ଚତୁର୍ଥ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରି କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ମାନ୍ୟବର ଶ୍ରମ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସାହାୟକ ନରେନ୍ଦ୍ର କୁମାର ଦେବତା,ଓ ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ବିଶ୍ୱରଂଜନ ମହାପାତ୍ର ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ତ୍ରିଲୋଚନ ଷଡଙ୍ଗୀ ଅଧ୍ୟକ୍ଷତା କରିବା ସହ ଛାତ୍ରଛାତ୍ରୀଙ୍କୁ ପାଠପଢା ବ୍ୟତୀତ କ୍ରୀଡ଼ାରେ ନିଜର ପାରଙ୍ଗମତା ଦର୍ଶାଇ ଜାତୀୟସ୍ତରରେ ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ଖେଳ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଛାତ୍ରଛାତ୍ରୀ ବୃନ୍ଦଙ୍କୁ କ୍ରୀଡ଼ାଭିମୁଖୀ କରିବା ପାଇଁ ତାଲିମ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ୧୦୦ ମିଟର ଦୌଡ଼, ଲମ୍ବା ଡିଆଁ, ଅଖା ଦୌଡ଼, ଡିସକସ , ସଟପୁଟ, ଜାଭେଲିନ ପ୍ରଭୃତି କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶିକ୍ଷୟତ୍ରୀ ଶ୍ରାବଣୀ ଦାଶ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କମ୍ପୁଟର ଶିକ୍ଷକ ସନ୍ତୋଷ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।