ପଦ୍ମନାଭପୁର ହାଇସ୍କୁଲ ର କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ର କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଉଦଘାଟିତ ହୋଇଯାଇଛି। କ୍ରୀଡ଼ା ପ୍ରତିଯୋଗିତା ଉଦଘାଟନୀ ଉତ୍ସବରେ ଦିଗପହଣ୍ଡି ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ପ୍ରଧାନ ଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ସମସ୍ତ କ୍ରୀଡ଼ା ପ୍ରତିଯୋଗିତା କୁ କ୍ରୀଡ଼ା ଶିକ୍ଷକ ଏମ. ଶୁକ୍ରୁ ରେଡ୍ଡୀ,ସିମାଞ୍ଚଳ ପାଢ଼ୀ ପରିଚାଳନା କରିଥିଲେ।ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ସହଯୋଗ କରିଥିଲେ।


