ଜୁନାଗଡ଼ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଜୁନାଗଡ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପ ଜିଲ୍ଲାପାଳ,ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷା ସବିତା ମେହେର,ବି ଡି ଓ ଦୂଲାରାମ୍ ମାରାଣ୍ଡି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


