ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯିବାରୁ ବାଇକ ଚାଳକର ମୃତ୍ୟୁ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ବଡମଙ୍ଗଳା ଛକରେ ଗୁରୁବାର ସକାଳେ ଜଣେ ବାଇକ ଚାଳକ ଇଛାପୁରରୁ ଘରକୁ ଫେରୁଥିବା ବେଳେ ନିୟନ୍ତ୍ରଣ ହରାଇବାରୁ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲେ । ତାଙ୍କୁ ଗୁରୁତ୍ତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ରେଫର କରାଯାଇଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ବାଇକ ଚାଳକ ହେଉଛନ୍ତି ଟାଉନ ଥାନା ଅନ୍ତର୍ଗତ ଗୋଡଗୋପ ରସୁଲାବାଗର ସେକ ଇବ୍ରାହିମଙ୍କ ପୁଅ ସେକ ଇସାକ(୨୦) । ଟାଉନ ଥାନା ପୋଲିସ ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଥାନାଧିକାରୀ ତପନ କୁମାର ନାୟକ କହିଛନ୍ତି