ସୁନହଟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ

ବାଲେଶ୍ୱର, (ସରୋଜ ପଣ୍ଡା):ସୁନହଟ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରକାଶନୀ ସଂସ୍ଥା ବହିଘର ତଥା ବିଦ୍ୟାଭାରତୀର ମୁଖ୍ୟ କବି ଅଭୟ ଦାସ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ ସହ ପୂର୍ଣ୍ଣ ବ୍ୟକ୍ତିତ୍ୱ ବିକାଶରେ ଶିକ୍ଷାର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଓଡିଶା ଶିକ୍ଷା ବିକାଶ ସମିତିର ପୂର୍ବୋତ୍ତର ସମ୍ଭାଗ ପରିଷଦ ସଦସ୍ୟ ଅଭୟ ସୁତାର ଏଥିରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭବି୍େୟତ ଗଠନରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ଅଭିଭାବକଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା ସମିତି ସଭାପତି ସାମ୍ବାଦିକ ବ୍ୟୋମନାଥ ରଥ ଏହି ଉତ୍ସବରେ ସଭାପତିତ୍ୱ କରିଥିଲେ । ସମ୍ପାଦକ ଗୌରମୋହନ ବେହେରା ଅତିଥି ପରିଚୟ ସହ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର ବାରିକ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ଶିକ୍ଷକ ସନ୍ଦୀପ ମହାପାତ୍ର ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ସଭାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ