କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟ ଏନଏସଏସର ଶୀତକାଳୀନ ଶିବିର
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ପୋଷ୍ୟଗ୍ରାମ ଆଳିଜଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଦୋହଳି ସ୍ଥିତ ବନମାଳୀ ବ୍ରହ୍ମଚାରୀ ଆଦର୍ଶ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ମନୋଜ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ମନୋରଞ୍ଜନ ତ୍ରିପାଠୀ ଓ ସମ୍ମାନୀତ ଅତିଥି ଭାବେ ସଞ୍ଜିବନୀ ବିଦ୍ୟାମନ୍ଦିରର ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ସ୍ୱେଛାସେବୀମାନଙ୍କୁ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ ଉଦେଶ୍ୟ ସହ ସେବା ଓ ପରୋପକାର ସମ୍ପର୍କରେ ବହୁ ଶିକ୍ଷଣୀୟ ମୂଳକ ପରାମର୍ଶ ପ୍ରଦାନ କରିଥିଲେ । ୫୦ଜଣ ସ୍ୱେଛାସେବୀ ଯୋଗଦେଇଥିବା ଏହି ଶିବିରକୁ ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ମୃତ୍ୟୁଞ୍ଜୟ ମହାନ୍ତି ପରିଚାଳନା କରିଥିଲେ ।