“କସ୍ତୁରୀ”ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ, ସାଂସ୍କୃତିକ ଓ ଶିକ୍ଷାଭିତ୍ତିକ ଅନୁଷ୍ଠାନ ‘କସ୍ତୁରୀ’ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସଭାପତି ଶ୍ରୀଯୁକ୍ତ ବିଶ୍ୱନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନିଷ୍ପତ୍ତି ଅନୁଯାୟୀ କସ୍ତୁରୀ ପକ୍ଷରୁ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀମାନଙ୍କୁ ଆସନ୍ତା ଜାନୁୟାରୀ ୫ ତାରିଖ ଗୁରୁବାର ଜୟଦେବ ଭବନ, ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଥିବା କସ୍ତୁରୀର୨୪ତମ ବାର୍ଷିକ ଉତ୍ସବରେ ୫୦୦ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ଭାସ୍କର ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ ସବିଶେଷ ବିବରଣୀ ପାଇଁ ସମ୍ପାଦକ, ମୋବାଇଲ ନଂ-୯୩୩୭୧୨୬୦୭୩ କିମ୍ବା ମୋବାଇଲ ନଂ-୯୪୩୭୨୦୭୧୧୪ରେ ଯୋଗାଯୋଗ କରିବାକୁ କସ୍ତୁରୀର ସମ୍ପାଦକ ଭାସ୍କର ନାୟକ ନିବେଦନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ