କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ କମିଟିର ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା କଲେକ୍ଟୋରେଟ ଷ୍ଟାଫ କମିଟିର ବାର୍ଷିକ ଉତ୍ସବ ଉଦୟନଗରସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ନୂତନ ଇଂରାଜୀ ନବବର୍ଷ-୨୦୨୩ର ଆରମ୍ଭ ପୂର୍ବରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ଷ୍ଟାଫ କମିଟି ସଭାପତି ଦିବାକର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମୁଖ୍ୟବକ୍ତା ଭାବେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କର, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପିତାମ୍ବର ସାମଲ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଦୁର୍ଗା ପ୍ରସାଦ ମହାରଣା, ଉପଜିଲ୍ଲାପାଳ ନିରଞ୍ଜନ ବେହେରା ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ । ଷ୍ଟାଫ କମିଟିର ପ୍ରସନ୍ନ କୁମାର ମହାନ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସମ୍ପାଦକ ଶୈଳେନ୍ଦ୍ର ପ୍ରଧାନ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ସଭା ପରିଚାଳନା କରିଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ଧନ୍ୟବାଦ ଅର୍ପଣ କରିଥିଲେ । ଭାବଗ୍ରାହୀ କଳା ନିକେତନର ଶିଳ୍ପୀମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ । ଏହି ଅବସରରେ ଷ୍ଟାଫ କମିଟି ସଦସ୍ୟମାନଙ୍କ ଦ୍ୱାରା ଏକ ସଚେତନତା ମୂଳକ ନାଟକ “ସମୟ ଖେଳୁଛି ଖେଳ” ପରିବେଷଣ କରାଯାଇଥିଲା । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁସ୍ତକ ‘ମାଧ୍ୟମ’ ଉନ୍ମୋଚିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଷ୍ଟାଫ କମିଟି ପକ୍ଷରୁ ପ୍ରସନ୍ନ ମହାନ୍ତି, ଶୈଳେନ୍ଦ୍ର ପ୍ରଧାନ, ପ୍ରଦୀପ କୁମାର ଦାଶ, ଦିବ୍ୟରଞ୍ଜନ ବେହେରା, ଜୟଶ୍ରୀ ସାହୁ ପ୍ରମୁଖ ପରିଚାଳନା କରିଥିଲେ ।


