କଲେଜରେ ଏନଏସଏସର ସ୍ୱତନ୍ତ୍ର ଶିବିର ଉଦଯାପିତ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ନାଉଗାଁ ବ୍ଲକ ଅନ୍ତର୍ଗତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା(ଏନଏସଏସ)ର ସ୍ୱତନ୍ତ୍ର ଶୀତକାଳୀନ ଶିବିର ଉଦଯାପିତ ହୋଇଯାଇଛି । ସାତ ଦିନ ବ୍ୟାପୀ ଚାଲିଥିବା ଶିବିରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡା.ଚାଇନା ପ୍ରଧାନ, ଅଧ୍ୟାପକ ହୃଦାନନ୍ଦ ସ୍ୱାଇଁ, ଓୟୁଏଟିର ଏନଏସଏସର ପ୍ରଶିକ୍ଷଣ ସହାୟକ ଲିଙ୍ଗରାଜ ସାହୁ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ସ୍ୱେଚ୍ଛାସେବୀମାନଙ୍କୁ ଯୋଜନାର ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ । ସେହିପରି ଏନଏସଏସର ଯୁକ୍ତ୨ ବିଭାଗର କାର୍ଯ୍ୟକ୍ରମ ଅଧିକାରୀ ଦୀନବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରଧାନ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ତୁଷାରକାନ୍ତ ଦାସ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ବିକ୍ରମ ବେହେରା, ସୁଶୀ ପୂଜା ଦାଶ, ରମେଶ ଦାସ, ସୁଧାଂଶୁ ମୋହନ ନାୟକ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ସ୍ୱେଚ୍ଛାସେବୀମାନଙ୍କୁ ଏନଏସଏସର କାର୍ଯ୍ୟକ୍ରମ ସଂର୍ପକରେ ଆଲୋକପାତ କରିବା ସହିତ ସ୍ୱେଚ୍ଛାସେବୀମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ ।


