ନୂତନ ବର୍ଷର ପ୍ରଥମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା):ନୂତନ ବର୍ଷର ପ୍ରଥମ ସୋମବାର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍‌, ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତୀ ୱାସନ୍‌, ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଦିବ୍ୟାଙ୍ଗ ଓ ଜନସାଧାରଣଙ୍କ ଅଭିଯୋଗ ଗୁଡିକ ଶୁଣାଣୀ କରିଥିଲେ । ମୁଖ୍ୟତଃ ଆବାସ ଯୋଜନା ରୁ ବାଦ ପଡିଥିବା ଯୋଗ୍ୟ ହିତାଧିକାରୀ, ରାସନ କାର୍ଡ, ସ୍ୱାସ୍ଥ୍ୟ ସମେତ ବିଭିନ୍ନ ବିଷୟରେ ହିତାଧିକାରୀ ମାନେ ସେମାନଙ୍କ ଅଭିଯୋଗ ଗୁଡିକ ଅଧିକାରୀ ମାନଙ୍କୁ ଜଣାଇଥିଲେ । ଏହା ସହିତ ସାମୁହିକ ଅଭିଯୋଗ ଗୁଡିକର ମଧ୍ୟ ଶୁଣାଣୀ ହୋଇଥିଲା । ସେଥି ମଧ୍ୟରୁ କେତେକ ଅଭିଯୋଗ ଗୁଡିକର ଆଶୁ ସମାଧାନ ହୋଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡିକର ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ