ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଓ ବଳଦେବ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ପ୍ରଫେସର ଦେବେନ୍ଦ୍ର କୁମାର ଦାସ ଉଭୟ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀମାନଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଅନୁଷ୍ଠିତ ହୋଇଥିଲା । ଉଭୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ନିରାଡମ୍ବର ସଭାରେ ଡଃ. ଦାସ ଯୋଗଦେଇ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ଗଠନ ସମ୍ପର୍କରେ ବହୁ ମୂଲ୍ୟବାନ ବକ୍ତବ୍ୟ ପ୍ରଦାନ କରି ସେମାନଙ୍କୁ ଆର୍ଶ୍ରିବାଦ ପ୍ରଦାନ କରିଥିଲେ । ଉଭୟ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦିପ କୁମାର ମହାନ୍ତି ଉପସ୍ଥିତ ଥିଲେ ।


