ପୋଲସରା ଏନଏସିରେ ୬୬ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ଏନଏସି କାର୍ଯ୍ୟାଳୟ ପରିସରରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୬୬ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ। ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ନୂତନ ଭାବେ କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ବହନ କରିଥିବା ବିଡ଼ିଓ କୈଳାସ ଚନ୍ଦ୍ର ମୁର୍ମୁ, ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ଅଧ୍ୟକ୍ଷ ତଥା ବିଧାୟକ ପ୍ରତିନିଧି ପ୍ରଫୁଲ କୁମାର ପ୍ରଧାନ, ସାଂସଦ ପ୍ରତିନିଧି ମୋଚିରାମ ସାହୁ ସମେତ କାଉନସିଲର ବୃନ୍ଦ ଓ ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ