ଘୁମୁସର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟରେ ସ୍ଵଚ୍ଛତା ପକ୍ଷ ପାଳନ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ସ୍ଥିତ ଘୁମୁସର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସ୍ଵଚ୍ଛତା ପକ୍ଷ ପାଳନ ହୋଇଯାଇଛି I ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ବାଲୁଙ୍କେଶ୍ୱର ଷଡ଼ଙ୍ଗୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଊନ୍ନୟନ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଢୀ,ସିଡିପିଓ ଗାୟତ୍ରୀ ମିଶ୍ର, ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା,ଜନ ସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ରାମହରି ପଣ୍ଡା,ସ୍ୱାସ୍ଥ୍ୟ ପରିଦର୍ଶକ ମାନସୀ ପାତ୍ର, ବଙ୍କା ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୁଖ ଉପସ୍ଥିତ ଥିଲେ I ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହିତ ସହରରେ ସ୍ଵଚ୍ଛତା ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା I ବିତର୍କ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଚିନ୍ମୟ ରାଉତ,ପ୍ରତ୍ୟୁଷ୍ ପାଢୀ, ଶାଳିନୀ ମିଶ୍ର ଏବଂ ଚିତ୍ରାଙ୍କନ ପ୍ରତିଯୋଗିତାରେ ରୂପଲେଖା ସ୍ୱାଇଁ,ଦୀପକ୍ କୁମାର ଗୌଡ଼ ଏବଂ ସ୍ମୃତି ରାଣୀ ସେଠୀଙ୍କୁ ପୁରସ୍କୃତ କରାଯାଇଥିଲା I ସମସ୍ତ କାର୍ଯ୍ୟକ୍ରମକୁ ବିପିଏମ୍ ଦୁର୍ଗା ପ୍ରସାଦ ପଟ୍ଟନାୟକ ସଂଯୋଜନା କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ