ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ସେମିରେ
ହାଟଡିହି, (ବିକାଶ ବିଶ୍ୱାଳ):ଆଞ୍ଚଳିକ ଯୁବ ପରିଷଦ ପକ୍ଷରୁ ମଠ କପୁଣ୍ଡି ମିନି ଷ୍ଟାଡିୟମ ଠାରେ ଆରମ୍ଭ ହୋଇଥିବା ୬ଷ୍ଠ ବାର୍ଷିକ ସର୍ବଭାରତୀୟ ମା ବାସୁଳୀ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ଦ୍ୱିତୀୟ ଦିନରେ ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ଖଡଗପୁରକୁ ୮ଉଇକେଟରେ ପରାସ୍ତକରି ସେମିଫାଇନାଲରେ ପ୍ରବେଶ କରିଛି । ପ୍ରଥମେ ଟସଜିତି ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ଫିଲ୍ଡିଂ କରିବାକୁ ନିଷ୍ପତି ନେଇଥିଲା । ଖଡଗପୁର ପ୍ରଥମେ ବ୍ୟାଟିଂ କରି ୧୩୦ରନ ସଂଗ୍ରହ କରିଥିଲା । ଦଳପକ୍ଷରୁ ଭେଙ୍କଟ ରାଜ ସର୍ବାଧିକ ୪୧ରନ ସଂଗ୍ରହ କରିଥିଲେ । ଏହାର ଜବାବରେ ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ୧୩ଓଭରରେ ୨ଉଇକେଟ ହରାଇ ୧୩୪ରନ କରି ବିଜୟୀ ହୋଇଥିଲା । ଅମ୍ପାୟାର ଭାବେ ଲଲାଟ କେଶରୀ ନନ୍ଦ, ପଦ୍ମନାଭ ସାମଲ ଖେଳ ପରିଚାଳନା କରିଥିଲାବେଳେ ଜ୍ୟୋତି ରଞ୍ଜନ ଜେନା ଓ ରଶ୍ମୀରଞ୍ଜନ ବେହେରା ସ୍କୋରର ଓ ସୁରେଶ ସଂଣ୍ଡେଲ, ତପନ ମଜମୁଦାର ଭାଷ୍ୟକାର ଭାବେ ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ହାଟଡିହି ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତରଞ୍ଜନ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପିତରଣ କରିଥିଲେ । ଆସନ୍ତାକାଲି ପ୍ରଥମ ସେମିଫାଇନାଲ ମ୍ୟାଚ ପ୍ରୋଗ୍ରେସିଭ ଝାରସୁଗୁଡା ଓ ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ମଧ୍ୟରେ ଅନୁଷ୍ଠିତ ହେବ ।


