ଶତାୟୁ ମହିଳାଙ୍କ ପରଲୋକ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବଗଡା ଗ୍ରାମର ସ୍ୱର୍ଗତ ରାମଚନ୍ଦ୍ର ନାୟକଙ୍କ ପତ୍ନୀ ହୀରା ନାୟକଙ୍କ ୧୦୭ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ ରୋଗରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର, ନାତି ବିଜୟ, ପରିବାର ସ୍ୱଜନ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ମିଷ୍ଟଭାଷି, ଧର୍ମପ୍ରାଣା ଓ ପରୋପକାରି ମହିଳା ଥିଲେ । ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ପୁତ୍ର ଅନାଦି ଚରଣ ନାୟକ ମୁଖାଗ୍ନି ଦେଇଥିଲେ ।