ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍‌ ପ୍ରତିବାଦରେ ବିକ୍ଷୋଭ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବାମୁଣୀଗାଁ ପଞ୍ଚାୟତରେ ଆବାସ ଯୋଜନାରେ ୫୭ ଜଣ ଯୋଗ୍ୟ ହିତାଧିକାରୀ ସମ୍ଭାବ୍ୟ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ଅଞ୍ଚଳବାସୀ ଏହାର ତଦନ୍ତ ସହ ପୁନର୍ବିଚାର କରାଯାଇ ୫୭ ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାକୁ ବିକ୍ଷୋଭ କରିଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟରେ ଏକ ବୈଠକ କରିବା ସହ ସେଠାରୁ ଏକ ଶୋଭାଯାତ୍ରାରେ ବାହାରି ବାମୁଣୀଗାଁ ପଞ୍ଚାୟତ ଅଞ୍ଚଳ ପରିକ୍ରମା କରି ଧାରଣାସ୍ଥଳରେ ପହଞ୍ଚି ଧାରଣା ଦେଇଛନ୍ତି। ବିକ୍ଷୋଭ ବେଳେ ଆବାସ ଯୋଜନାରେ ଅନିୟମିତତା କରାଯାଇଥିବା ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି। ଶୀଘ୍ର ପୁନର୍ବିଚାର କରି ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯାଉ, ନ ହେଲେ ଆଗାମୀ ଦିନରେ ଜନ ଆନ୍ଦୋଳନ ଜୋରଦାର କରିବାକୁ ବିକ୍ଷୋଭକାରୀ ଚେତାବନୀ ଦେଇଛନ୍ତି। ଆନ୍ଦୋଳନରେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ମଲିକଙ୍କ ସମେତ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିୟାର ସିଂ, ଆବାସ ଯୋଜନାର ତାଲିକାରୁ ବାଦ୍‌ ପଡ଼ିଥିବା ହିତାଧିକାରୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଅନ୍ୟପକ୍ଷରେ ତାଲିକାରୁ ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଶୀଘ୍ର ଆବାସ ଯୋଜନାରେ ଗୃହ ଯୋଗାଇ ଦେବାକୁ ରାଜ୍ୟ ମାନବାଧିକାରର ଜିଲା ଯୁଗ୍ମ ଆବାହକ ବିକ୍ରମ ବାସ୍ତରାୟ ସ୍ଥାନୀୟ ପ୍ରଶାସନକୁ ଅବଗତ କରିଥିବା କହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ