ଆଲଫାବେଷ୍ଟ କଲେଜର ବାର୍ଷିକ ମହୋତ୍ସବ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ସର୍ବପ୍ରଥମ +୨ ଓ +୩ ବିଜ୍ଞାନ ଆବାସିକ ମହାବିଦ୍ୟାଳୟ “ଆଲଫାବେଷ୍ଟ” ପରିସରରେ ‘ଆଲଫା ବେଷ୍ଟ ମହୋତ୍ସବ’ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆଲଫାବେଷ୍ଟ ମହାବିଦ୍ୟାଳୟ ପରିଚାଳନା ପରିଷଦର ଅଧ୍ୟକ୍ଷ ଡଃ. ଗନ୍ଧର୍ବ ଚରଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ନନ୍ଦ କିଶୋର ପରିଡା, ମୁଖ୍ୟବକ୍ତା ଭାବେ ତୁଳସୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଅଜୟ କୁମାର ସାମଲ , ସମ୍ମାନୀତ ଅତିଥି ଭାବେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗ ଅଧ୍ୟାପକ ରଞ୍ଜିତ କୁମାର ଦାସ,ନିର୍ଦେଶକ ଅନ୍ତରାମ ପଣ୍ଡା, ପରିଚାଳନା ନିର୍ଦେଶକ ଅଦୈତ ପ୍ରସାଦ ନାୟକ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଆଲଫାବେଷ୍ଟ କଲେଜ ଅଧ୍ୟକ୍ଷ କ୍ଷୀରୋଦ ପ୍ରସାଦ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପାଧ୍ୟକ୍ଷ ତ୍ରିଲୋଚନ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶେଷରେ ଅଧ୍ୟାପକ ଗୋପବନ୍ଧୁ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଆଲଫାବେଷ୍ଟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ମହାବିଦ୍ୟାଳୟର ଛାତ୍ରଚାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।