ଉଚ୍ଚ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଅନୁଷ୍ଠିତ
ନିମାପଡା, (ସନ୍ତୋଷ ଦାଶ):ଆଜି ନିମାପଡ଼ା ବ୍ଲକ ଅନ୍ତର୍ଗତ ଖେଲାର ଠାରେ ଥିବା ଚିନ୍ତାମଣି ସରକାରୀ ଉଚ୍ଚ ବିଦ୍ୟାଳୟ ର ୫୦ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ସମାରୋହ ମହାଆଡ଼ମ୍ବର ରେ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଛାତ୍ର ସଂଗଠନର ସଭାପତି ପ୍ରବୋଧ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉତ୍କଳ ବିଶ୍ଵ ବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ମୁଖ୍ୟବକ୍ତା ଭାବେ କଳିଙ୍ଗ ଫାଉଣ୍ଡେସନର ମ୍ୟାନେଜିଙ୍ଗ ଟ୍ରଷ୍ଟି ଚିତ୍ତରଞ୍ଜନ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ,ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ,ଛାତ୍ର ସଂଗଠନ ର ସମ୍ପାଦକ ବସନ୍ତ କୁମାର ଜେନା ଓ ରବିନ୍ଦ୍ର କୁମାର ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ ପ୍ରହଲ୍ଲାଦ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ।ଆୟୋଜିତ ଉତ୍ସବରେ ଅତିଥି ମାନଙ୍କ ଦ୍ୱାରା ସ୍ମରଣୀକା ଉଦୟଶ୍ରୀ ଉନ୍ମୋଚନ କରାଯାଇଥିଲା।ଏହି ଅବସରରେ ୫ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।