ଟାଉନ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଟାଉନ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଦର ବିଧାୟକ ସ୍ୱରୂପ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିବା ସହିତ ଛାତ୍ରଛାତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ବିଦ୍ୟାଳୟ ସ୍ତରରେ ଗୁଣାତ୍ମକ ଶିକ୍ଷାଦାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ । ଅତିରିକ୍ତ ଜିଲାପାଳ ନୀଲୁ ମହାପାତ୍ର ଏଥିରେ ବିଶେଷ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ରୂପାନ୍ତରଣ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ବ୍ୟବସ୍ଥା ପାଇଁ ଉପାଦେୟ ସାବ୍ୟସ୍ତ ହୋଇଛି ବୋଲି କହିଥିଲେ । ସାମ୍ବାଦିକ ସତ୍ୟଶିବ ଦାସ ଏଥିରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାମ୍ପ୍ରତିକ ଶିକ୍ଷା ବ୍ୟବସ୍ଥାରେ ଛାତ୍ରଛାତ୍ରୀଙ୍କ ଲୁକାୟିତ ପ୍ରତିଭା ବିକାଶରେ ବିଦ୍ୟାଳୟ ସ୍ତରୀୟ ଉତ୍ସବ ସହାୟକ ହୋଇପାରିଛି ବୋଲି କହିଥିଲେ । ଟାଉନ ହାଇସ୍କୁଲ ଆଲୁମିନି ସଭାପତି ସୁବ୍ରତ କର ଓ ଏସଏମସି ସଭାପତି ପ୍ରଦୀପ କୁମାର ଖୁଣ୍ଟିଆ ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନାରାୟଣ ଦାସ ଏଥିରେ ସଭାପତିତ୍ୱ କରିଥିବା ବେଳେ ଶିକ୍ଷୟିତ୍ରୀ ସୁମତି ରାଉତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ