ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ନିକଟସ୍ଥ ବାଘମରା ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ସରୋଜକାନ୍ତ ନାୟକ ଉତ୍ସବକୁ ଉଦଘାଟନ କରିଥିଲେ। ଗୟାଧର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଦେବଦତ୍ତ ଦାସ, ବିଇଓ ଅଧିର କୁମାର ତରାଇ, ମୁଖ୍ୟ ବକ୍ତା ଭାବେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ରାମଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ। ବିଦ୍ୟାଳୟ ପ୍ରତିଷ୍ଠାତା ଉମାକାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ତ୍ରିଲୋଚନ କୁଣ୍ଡୁ ବାର୍ଷିକ ବିବରଣୀ ପାଠ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ନାଟକ ‘ଯୋଗ୍ୟ ସନ୍ତାନ’ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଦ୍ୟାର୍ଥୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଆୟୋଜିତ ଉତ୍ସବକୁ ବିଦ୍ୟାମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ମାନେ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ