ବାର୍ଷିକ କ୍ରୀଡା ଉତ୍ସବ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ବିଷ୍ଣୁପୁର ପଞ୍ଚାୟତ ମିରହସନପୁର ସରକାରୀ ଉପ୍ରା ବିଦ୍ୟାଳୟ ଠାରେ ଏକ ଦୁଇଦିନିଆ ବାର୍ଷିକ କ୍ରୀଡା ଉତ୍ସବ ଆଜି ଉଦଘାଟିତ ହୋଇଯାଇଛି। ପ୍ରଧାନଶିକ୍ଷକ ରାମକୃଷ୍ଣ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉତ୍ସବକୁ ବିଡ଼ିଓ ଦେବଦତ୍ତ ଦାସ ଉଦଘାଟନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ସମ୍ମାନିତ ଅତିଥି ଭାବେ ବିଇଓ ଅଧିର କୁମାର ତରାଇ, ନିମନ୍ତ୍ରିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ସରପଞ୍ଚ ଅମୂଲ୍ୟ ନାୟକ, ସମିତିସଭ୍ୟ ଶୁଭଲକ୍ଷ୍ମୀ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ବିଭିନ୍ନ ବକ୍ତବ୍ୟ ପ୍ରଦାନ କରିଥିଲେ। ସିଆରସିସି ରଞ୍ଜନ କୁମାର ମହାନ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବା ବେଳେ ପରିଚାଳନା କମିଟି ସଭାପତି ଦୀନବନ୍ଧୁ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ କ୍ରୀଡା ଉତ୍ସବକୁ ପରିଚାଳନା କରିଥିଲେ।


