କନକଦୁର୍ଗା ବିଦ୍ୟାପୀଠର ୪୦ ତମ ବାର୍ଷିକ ଉତ୍ସବ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ମଧୁସୂଦନପୁରର କନକଦୁର୍ଗା ବିଦ୍ୟାପୀଠ ର ୪୦ ତମ ବାର୍ଷିକ ଉତ୍ସବ ଫେବୃଆରୀ ୫ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଭାବଗ୍ରାହୀ ପୋଲାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତାଭାବେ ପିପୁଲସ କଲେଜ ଅଧ୍ୟାପକ ଡ଼ଃ ଶଶାଙ୍କ ଶେଖର ରଥ, ସମ୍ମାନିତ ଅତିଥି ଭାବେ ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ପୋଲସରା ବିଇଓ କାଳୀଚରଣ ବେହେରା, ପୂର୍ବତନ ପ୍ରଧାନ ଶିକ୍ଷକ ବିଭୁତି ଭୂଷଣ ପାତ୍ର, ସମାଜସେବୀ ରାଜେନ୍ଦ୍ର ପ୍ରଧାନ ଓ ସରପଞ୍ଚ ମନୋଜ କୁମାର ପ୍ରଧାନ ଯୋଗଦେଇଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ବିଦ୍ୟାଳୟ ଗୁଡିକର ଉନ୍ନତି ପାଇଁ କାର୍ଯ୍ୟକରାଯିବା ସହ ଗୁଣାତ୍ମକ ଶିକ୍ଷା ଓ ଛାତ୍ରଛାତ୍ରୀଙ୍କ ସରକାରୀ ବିଦ୍ୟାଳୟରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ସାହୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ