ମାଗଣା ଚକ୍ଷୁ ଚିକିତ୍ସା ଶିବିର

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବାଲିଚନ୍ଦ୍ରପୁର ସାଇଶାନ୍ତି ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବାରୋ ପଞ୍ଚାୟତର ସରପଞ୍ଚ ଗୋପିନାଥ ମଲ୍ଲିକ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ କରିଥିଲେ । ମୋତିଆବିନ୍ଦୁ ରୋଗୀମାନଙ୍କୁ ନିରୂପମା ଦାସ,ସସ୍ମିତା ଦାସ ପ୍ରମୁଖ ଚଷମା ଓ ଔଷଧ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀ ଜିଲ୍ଲା ସଭାପତି ସୁଦର୍ଶନ ମହାପାତ୍ର ଯୋଗଦେଇ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ