କଇଠଖଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ 

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ସୋମବାର  ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ମୀନତି କୁମାରୀ ମିଶ୍ର ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ସେହିପରି କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୈାଡ ମୁଖ୍ୟ ବକ୍ତା ଭାବେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ମଧୁବନ  ଆଞ୍ଚଳିକ ସାଧନ କର୍ମୀ ବାବୁଲାଲ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଅନ୍ୟତମ ଆଞ୍ଚଳିକ ସାଧନ କର୍ମୀ ସନ୍ତୋଷ କୁମାର ବିଷୋୟୀ , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦୁର୍ଗା ପ୍ରସାଦ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ଥିଲେ । ଏହି ଅବସରରେ ସ୍ଥାନୀୟ ସରପଞ୍ଚ  ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାକୁ ଖୁବଶିଘ୍ର ସମାଧାନ ଉପରେ ଗୁରୁତ୍ବ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏଥିସହ ଅତିଥି ବୃନ୍ଦ ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀ ଛାତ୍ର ମାନଙ୍କୁ ପ୍ରଶଂସା ପତ୍ର ଏବଂ ପୁରସ୍କାର ବିତରଣ କରିଥିଲେ । ପରିଶେଷରେ ବିଦ୍ୟାଳୟ  ଛାତ୍ରୀ ଛାତ୍ର ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ  ଶିକ୍ଷକ ସହଦେବ ପ୍ରଧାନ , ସୁଲମନ  ମଣ୍ଡଳ , ସୋମନାଥ ବେହେରା , ସତ୍ୟବାନ ଗୈାଡ , ଶିବ ବେହେରା , ଶିକ୍ଷୟିତ୍ରୀ ଗିତାଞ୍ଜଳୀ ପାଣିଗ୍ରାହୀ , ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ଉଦଗାତା ଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟା ସଦସ୍ୟ ବୃନ୍ଦ ଏବଂ  ଛାତ୍ରୀ ଛାତ୍ର ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ