ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କର ଆଜି ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା।ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ନିକଟରେ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିୟାରି ସାଇନ୍ସ (ଆଇଏଲବିଏସ)ରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ପିଣ୍ଟୁଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଯଶୋଦା ହସ୍ପିଟାଲ୍ ଡାକ୍ତରମାନେ ତାଙ୍କୁ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ (କାଡେଭର) କରିବାକୁ ପରାମର୍ଶ ଦେଇଥିଲେ। ପୂର୍ବରୁ ପିଣ୍ଟୁ ନନ୍ଦଙ୍କୁ ଡୋନର ନମିଳିବାରୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା। ପରିବାରର ଜଣେ ସଦସ୍ୟ ଲିଭର ଦାନ କରିବାର ଥିଲା। କିନ୍ତୁ ଠିକ ସମୟରେ ବ୍ଲଡ୍ ଗ୍ରୁପ୍ ଅସଙ୍ଗତି ଏବଂ ଅନ୍ୟାନ୍ୟ କାରଣରୁ ତାହା ସମ୍ଭବ ହୋଇପାରିନଥିଲା।


