ଚମାଖଣ୍ଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୧୫ ତମ ବାର୍ଷିକ ଉତ୍ସବ

ଛତ୍ରପୁର, (ଦେବଦତ୍ତ ମହାରଣା):ଚମାଖଣ୍ଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୧୫ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସି. ଏଚ, ବଳରାମ ରେଡ୍ଡୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚମାଖଣ୍ଡି ଗ୍ରାମ ପଞ୍ଚାୟତର ସରପଞ୍ଚ ସି. ଏଚ. ମନୋଜ କୁମାର ରେଡ୍ଡୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଚମାଖଣ୍ଡି ଗ୍ରାମ ପରିଚାଳନା କମିଟି ସଭାପତି ଏନ. ଗିରିଜା ପ୍ରସାଦ ରେଡ୍ଡୀ, ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କେ. ତୁମ୍ବନାଥ ରେଡ୍ଡୀ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢି ତୋଳିବା ନିମନ୍ତେ ସମସ୍ତେ ଶୃଙ୍ଖଳିତ, ଚରିତ୍ରବାନ ଓ ନିଷ୍ଠାପର ହେବା ପାଇଁ ସମସ୍ତଙ୍କୁ ଉପଦେଶ ଦେଇଥିଲେ l l ଏହି ଅବସରରେ ବିଦ୍ୟାଳୟରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବିଭିନ୍ନ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବଣ୍ଟନ କରିଥିଲେ l ସହକାରୀ ଶିକ୍ଷକ ପ୍ରଭଞ୍ଜନ ଶତପଥି ଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷୟତ୍ରୀ ରେଣୁବାଳା ଦେବି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସିଆରସିସି ଗୌରୀ ଶଙ୍କର ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ