ଇଞ୍ଚୋଳରେ ଉତ୍କଳ ଦିବସ ପାଳିତ

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ଇଞ୍ଚୋଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସମ୍ବାଦ ସାହିତ୍ୟଘର ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି । ସମ୍ବାଦ ସାହିତ୍ୟଘରର ସମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ବାଦ ସାହିତ୍ୟଘରର ଆବାହକ କିଶୋର ଆଚାର୍ଯ୍ୟ, ବଉଳା ସାହିତ୍ୟ ସଂସଦର ସମ୍ପାଦକ ସୁରେନ୍ଦ୍ର କୁମାର ପରିଡା, କବି ଅନନ୍ତ ଚରଣ ମୁଦୁଲି, କବି ମୁରଲୀଧର ବେହେରା ପ୍ରମୁଖ ଯୋଗଦେଇ ଉତ୍କଳ ଦିବସ ଉପରେ ଆଲୋକପାତ କରିବା ସହିତ ଛାତ୍ରଛାତ୍ରୀ ମାନେ ଓଡିଆକୁ ଭଲ ପାଇବା ସହିତ ପଥମେ ନିଜ ଘର, ପରେ ଗାଁ ଓ ପରେ ନିଜ ଜିଲ୍ଲା ଓ ପ୍ରଦେଶକୁ ଭଲ ପାଇବା ଶିଖ ବୋଲି ଆହ୍ୱାନ ଦେଇଥିଲେ । ମାହାତ୍ମାଗାନ୍ଧୀଙ୍କ କୁଟି ଖାଅ ଓ କାଟି ପିନ୍ଧର ମର୍ମ ବୁଝିବା ଆବଶ୍ୟକ ହୋଇ ପଡିଛି । ଏବେ ସମ୍ବାଦର ସମ୍ପାଦକ ତଥା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଦେଇଥିବା ଆହ୍ୱାନକୁ ସମସ୍ତେ ଗ୍ରହଣ କରିବା ଉଚିତ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ  ଉତ୍କଳ ଦିବସ ଉପରେ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଛାତ୍ରୀ ମାନଙ୍କ ଦ୍ୱାରା ‘ବନେ୍ଦ ଉତ୍କଳ ଜନନୀ’ ଗାନ କରାଯାଇଥିଲା । ଶିକ୍ଷକ ସୁରେନ୍ଦ୍ର କୁମାର ନାୟକ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷକ ବିଷ୍ଣୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ