ଛତ୍ରପୁର ଠାରେ ବିଜେଡ଼ି ପକ୍ଷରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଛତ୍ରପୁର ଠାରେ ମହାସମାରୋହ ରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱ ରେ ସ୍ଥାନୀୟ ଗୌରୀ ଶଙ୍କର ମନ୍ଦିର ନିକଟ ଲାଇନବନ୍ଧ ଠାରେ ତିଳତର୍ପଣ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ଦଳୀୟ ନେତା ଓ କର୍ମୀ ଏକାଠି ହୋଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି ଅବସରରେ ତାଡେ଼ପଲ୍ଲୀ ସ୍ଥିତ ଶ୍ରୀଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସମୂହ ଦୀପଦାନ କରିଥିଲେ l ପରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ରେ ରୋଗୀ ମାନଙ୍କୁ ଫଳ ବଣ୍ଟନ ହୋଇଥିଲା | ଏହାପରେ ଲୋୟର ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ବିଧାୟକ ଶ୍ରୀ ବେହେରା ଙ୍କ ନେତୃତ୍ୱ ରେ ଦଳୀୟ ନେତା ଓ କର୍ମୀ ମାନେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ l ଏହା ସହିତ ଏକ ସ୍ମୃତିସଭା ଓ ସମୂହ ଶପଥ ପାଠ ଅନୁଷ୍ଠିତ ହୋଇଥିଲା l ବିଧାୟକ ଶ୍ରୀ ବେହେରା ଵିଜୁ ବାବୁ ଙ୍କ ଜୀବନି ଓ ସେ କରିଥିବା ସାହାସିକତା ଉପରେ ଆଲୋକପାତ କହିବା ସହ ନବୀନ ଓଡ଼ିଶା ଗଠନ ପାଇଁ କର୍ମୀ ମାନଙ୍କୁ ଆହ୍ୱାନ ଦେଇଥିଲେ | କାର୍ଯ୍ୟକ୍ରମ ଅନ୍ୟମାନଙ୍କ ମଧ୍ୟ ରେ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ,ଗଞ୍ଜାମ ଏନଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକି,ଛତ୍ରପୁର ବିଜେଡ଼ି ବ୍ଲକ ସଭାପତି ପ୍ରବାସୀ ପ୍ରଧାନ,ଗଞ୍ଜାମ ଏନଏସି ଯୁବ ବିଜେଡ଼ି ସଭାପତି ସୁଧୀର କୁମାର ପାଢ଼ୀ, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଛତ୍ରପୁର ଏନଏସିର ୯ ନଂ କାଉନସିଲର ପ୍ରୀତିଛନ୍ଦା ସାମଲ, ୧୦ ନଂ ଦେବାଶିଷ ମିଶ୍ର, ୬ ନଂ ମମତା ପାତ୍ର, ୩ନଂ ମାମା ସେଠି,୨୧ନଂ ଜିଲ୍ଲାପରିଷଦ ସଭ୍ୟା ଛବିତା ବେହେରା, ଛତ୍ରପୁର ନିର୍ବାଚନ ମଣ୍ଡଳୀର ଯୁବ ବିଜେଡି ସଭାପତି ସନମୂଖ ପଟ୍ଟନାୟକ,ଯୁବ ବିଜେଡି ଛତ୍ରପୁର ବ୍ଲକ ସଭାପତି କାଳିଆ ନାହାକ, ଉପସଭାପତି କାହ୍ନୁ ଚରଣ ବେହେରା,ପୋଟଲାମପୁର ପଂଚାୟତ ସମିତିସଭ୍ୟ ଶମ୍ଭୁନାଥ ସ୍ୱାଇଁ,ଛତ୍ରପୁର ଏନଏସି ର ପୂର୍ବତନ ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ଗଞ୍ଜାମ ବ୍ଲକ ପୂର୍ବତନ ଅଧ୍ୟକ୍ଷ ସୁରଥ ପ୍ରଧାନ,ଛତ୍ରପୁର ବିଜୁ ଆଇନ ସାମ୍ମୁଖ୍ୟ ର ସଭାପତି ସୁରେଶ କୁମାର ପଣ୍ଡା, ସମ୍ପାଦକ ଏଲ. ଗୋପାଳ ରାଓ,ସରକାରୀ ଓକିଲ ଭୈରବୀ କୁମାର ପଟ୍ଟନାୟକ,ଛତ୍ରପୁର ନିର୍ବାଚନ ମଣ୍ଡଳୀର ବହୁ ନେତୃ ମଣ୍ଡଳୀ ଏବଂ ଦଳୀୟ ସରପଞ୍ଚ, ସମିତି ସଭ୍ୟ ଓ କାଉନସିଲରଙ୍କ ସମେତ ଛାମୁଆ ନେତା ମାନେ ଉପସ୍ଥିତ ଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ