ବିଜୁବାବୁଙ୍କ ୨୬ତମ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲା ହିଞ୍ଜିଳି ବିଜେଡି

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ଓଡିଶାର ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ଶ୍ରାଦ୍ଧ ଦିବସ ହିଞ୍ଜିଳି ବିଜେଡି ପକ୍ଷରୁ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ନଗର ବିଜେଡି ସଭାପତି ଭୀମସେନ ବେହେରାଙ୍କ ତତ୍ତ୍ୱାବଧାନରେ ପୌର ଓ ବ୍ଳକ ବିଜେଡି ମିଳିତ ସହଯୋଗରେ ସୋମବାର ବିଜୁବାବୁଙ୍କ ୨୬ତମ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ସୋମବାର ସକାଳେ ଶତାଧିକ ଦଳୀୟ କର୍ମୀ ସ୍ଥାନୀୟ ଘୋଡାହାଡ ନଦୀରେ ପହଞ୍ଚି ତିଳତର୍ପଣ କରିଥିଲେ । ପରେ ବଇଁଚବଣିଆ ପୂର୍ତ୍ତବିଭାଗ ଡାକବଙ୍ଗଳା ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ସହ ବିଜୁବାବୁ ଅମର ରହେ ଓ ନବୀନ ପଟ୍ଟନାୟକ ଜିନ୍ଦାବାଦ ଧ୍ୱନିରେ ସହର ପ୍ରକମ୍ପିତ ହୋଇ ଉଠିଥିଲା । ମୁଖ୍ୟ ସଡକ, ବିଜଗୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଓ ଶିଶୁ ଉଦ୍ୟାନ ପରିସରରେ ଅବସ୍ଥାପିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ କର୍ମୀ ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ରୋଗୀଙ୍କୁ ମିଷ୍ଠାନ୍ନ ଓ ପାଚିଲା ଫଳ ବଣ୍ଟନ କରିଥିଲେ । ପରେ ରବିବାର ଆୟୋଜିତ ହୋଇଥିବା ବିଜୁବାବୁଙ୍କ ଜୀବନ କାହାଣୀ ସମ୍ବନ୍ଧୀୟ ବକୃତା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ବରେ ଦଳୀୟ କର୍ମୀ ମାନେ ଏକତ୍ରିତ ହୋଇ ମୁଖ୍ୟସଡକ ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତୀ ସମ୍ମୁଖରେ ସମୁହ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଦଳୀୟ କର୍ମୀ ମାନେ ସମୁହ ଶପଥ ପାଠ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ମୁଖ୍ୟମନ୍ତ୍ରୀଙ୍କ ବ୍ଳକ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ଓଏଚଆରଡିସି ଅଧ୍ୟକ୍ଷ ଡି. ବିଶ୍ୱନାଥ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦୋବନନ୍ଦ ମହାପାତ୍ର, ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ଯୁବ ବିଜେଡି ସଭାପତି ସଞ୍ଜୟ ପଣ୍ଡା, ମନୋଜ ସାବତ, ସମ୍ପାଦକ ପ୍ୟାରୀମୋହନ ପାଢି, ପ୍ରାକ୍ତନ ନଗରପାଳ ହୃଦୟାନନ୍ଦ ମହାପାତ୍ର, ଶିବରାମ ଗୌଡ, ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ସଭ୍ୟା ବାଇ ଗିତାଞ୍ଜଳି, ପ୍ରିତି ସାହୁ, ଭାଣ୍ଡି ରବିନ୍ଦ୍ର, ଅଜୟ ମହାରଣା, ପ୍ରଦୀପ ପଣ୍ଡା, ବିଭୁ ପ୍ରସାଦ ପଣ୍ଡା, ବସନ୍ତ ବେହେରା, ରୋହିତ ବିଷୋୟୀ, ସଞ୍ଜୟ ସ୍ୱାଇଁ, ସନ୍ତୋଷ ମହାରଣା, ଯୁଧିଷ୍ଟିର ସ୍ୱାଇଁ, ସରପଞ୍ଚ ବିକାଶ ସେଠି, କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ସମେତ ବହୁ କାଉନସିଲର, ସରପଞ୍ଚ, ସମିତିସଭ୍ୟ ଓ ଶତାଧ୍ଖଳ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ