ବିଜେପିର ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ପାଳନ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ସେଣ୍ଢତୀରା ପଞ୍ଚାୟତ ଖଳାଗଡିଆ ଠାରେ ବିଜେପି ପକ୍ଷରୁ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ପର୍ବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଜେପି କୃଷକମୋର୍ଚ୍ଚାର ପ୍ରାକ୍ତନ ଉପସଭାପତି ଶଙ୍କର୍ଷଣ ଜେନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିର୍ବାଚନ ମଣ୍ଡଳୀ ନେତା ବଦ୍ରୀ ନାରାୟଣ ଧଳ ଯୋଗ ଦେଇ ଅକ୍ଷିମୁଠି ଅନୁକୂଳ କରିଥିଲେ । ଜିଲ୍ଲା କୃଷକମୋର୍ଚ୍ଚା ସଭାପତି ଅଶୋକ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଜେପି ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ମୁଖ୍ୟବକ୍ତା ଭାବେ ନିର୍ବାଚନ ମଣ୍ଡଳୀ ନେତା ବଦ୍ରୀ ନାରାୟଣ ଧଳ, ରାଜ୍ୟ କାର୍ଯ୍ୟକାରୀ ସଭ୍ୟ ଜଗନ୍ନାଥ ଦାସ, ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାର ଉପସଭାପତି ହେମନ୍ତ ଦାସ, କୃଷକମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଉପେନ୍ଦ୍ର ରାଉଳ, ଜିଲ୍ଲା ପ୍ରଭାରୀ ଶ୍ରୀଧର ସାହୁ, ଜିଲା କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଅନୀଲ ବେହେରା, ବରଡେଶ୍ୱର ମଣ୍ଡଳ ସଭାପତି ନବକିଶୋର ବଳ ଯୋଗଦେଇ ଅକ୍ଷୟ ତୃତୀୟା ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ । ଆଇନଜୀବି ବନମାଳୀ ଜେନାଙ୍କ ସଭା ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ, ସେଣ୍ଢତୀରା ପଞ୍ଚାୟତ ସଭାପତି କିଶୋର ବିଶ୍ୱାଳ, ରୋହିତ କୁମାର ଜେନା, ତାପସ ଖଣ୍ଡେଇ, ବସନ୍ତ ବାରିକ, ପିତବାସ ପଣ୍ଡା, ତାପସ କୁମାର ଜେନା ସହଯୋଗ କରିଥିଲେ । ଏଥିରେ ବିଭିନ୍ନ ପଞ୍ଚାୟତର ଦଳୀୟ କର୍ମୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ