ଥୁଆମୂଲ ରାମପୁର ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଥୁଆମୁଲ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ,ଭବାନୀପାଟଣା ଡ ବିଶ୍ୱଜିତ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୬୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ