ଶିକ୍ଷକ ପ୍ରଶିକ୍ଷଣ ଶିବିର ବର୍ଣ୍ଣାଳୀ ଉଦଯାପିତ

ଆରଡି, (ଆଲୋକ ଚନ୍ଦ୍ର ନାୟକ):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆଖଣ୍ଡଳମଣି ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ୩ ଦିନ ଧରି ଚାଲିଥିବା ବ୍ଲକ ସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର ବର୍ଣ୍ଣାଳୀ ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ କମଳା କାନ୍ତ ନାୟକ,ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମଙ୍ଗୁଳି ଚରଣ ସେଠୀ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଇନ୍ଦ୍ରଜିତ ସ୍ବାଇଁ, ମୁଖ୍ୟ ସାଧନ କର୍ମୀ ରୂପେ ନିଶାକର ନାଥ ଓ ରଞ୍ଜିବ ରାଉତ ଯୋଗ ଦେଇଥିଲେ । ପହଣା ଓ ମଠଡିହ କ୍ଲଷ୍ଟରର ୩୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଏହି ଶିବିରରେ ପ୍ରଶିକ୍ଷଣ ଦିଆଯାଇଥିଲା । ପ୍ରଶିକ୍ଷଣ ମାଧ୍ୟମରେ ଲିଙ୍ଗ ଭିତ୍ତିକ ସମ୍ବେଦନଶିଳତା ପ୍ରସଙ୍ଗରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଇବା, ଏଥିରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କିପରି ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ସେହି ବାବଦରେ ମୂଖ୍ୟତଃ ପ୍ରଶିକ୍ଷଣ ଦିଆଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ