ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା):ପ୍ରତି ମାସ ଭଳି ଚଳିତ ମାସ ପ୍ରଥମ ସୋମବାର ଦିନ ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଓ ଗଞ୍ଜାମ ଏସପି ଜଗମୋହନ ମିନା ଉପସ୍ଥିତ ରହି ଛତ୍ରପୁର ଉପଖଣ୍ଡ ସ୍ଥିତ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ହିତାଧିକାରୀ ମାନଙ୍କ ବିଭିନ୍ନ ଅସୁବିଧା ଗୁଡିକର ଶୁଣାଣୀ କରିଥିଲେ । କେତେକ ସମସ୍ୟାର ଆଶୁ ସମାଧାନ ହୋଇଥିବା ବେଳେ ଆଉ କେତେକ ସମସ୍ୟାର ସମାଧାନ ଲାଗି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବାର୍ଦ୍ଧକ୍ୟ ଭତ୍ତା, ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବା ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ, ଶିକ୍ଷା ସହ ବିଭିନ୍ନ ସମସ୍ୟା ଭଳି ଅଭିଯୋଗ ଗୁଡିକ ଆଜି ଶୁଣାଣୀ ହୋଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍‌, ଡୁଡା ପିଡି ନୀଳମାଧବ ଭୋଇ, ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ