ପୋଲସରାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି

ପୋଲସରା/ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସମ୍ମିଳନୀ କକ୍ଷରେ ମଇ ୮ ତାରିଖ ଦିନ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ପୋଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଅଭିଯୋଗ ଶିବିରରେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ, ଗଞ୍ଜାମ ପୋଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜଗ ମୋହନ ମୀନା, ଉପ ଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ, ପୋଲସରା ତହସିଲଦାର ଭାସ୍କର ଚନ୍ଦ୍ର ସାହୁ, ପୋଲସରା ପୋଲିସ ଆଇଆଇସି ଜିତେନ୍ଦ୍ର କୁମାର ମଲ୍ଲିକ, ପୋଲସରା ବ୍ଲକ ଅତିରିକ୍ତ ବିଡିଓ ଧର୍ମରାଜ ପରିଡ଼ା ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ଅଭିଯୋଗ ଶୁଣାଣି ଶିବିରକୁ ପରିଦର୍ଶନରେ ଯାଇଥିଲେ। ଅଭିଯୋଗ ଶୁଣାଣି ଶିବିରରେ ମୋଟ ୨୭୫ ଜଣ ନିଜ ନିଜର ଅଭିଯୋଗ ଦାଖଲ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ