ଆଇନସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲା ଆଇନସେବା ପ୍ରଧିକରଣ ପକ୍ଷରୁ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ ହୋଇଯାଇଛି । ଜିଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଏବଂ ଦୌରାଜଜ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣ ସମ୍ମିଳନୀ କକ୍ଷରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଜିଲା ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଚିନ୍ତାମଣି ପଣ୍ଡା ଅଧ୍ୟକ୍ଷତା କରିବା ସହିତ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ଶିଶୁ ଶ୍ରମିକ ନିରୋଧ ଆଇନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଶିଶୁ ଶ୍ରମିକ ନିୟୋଜନ ବିରୋଧରେ ଆଇନରେ ଥିବା ବିଭିନ୍ନ ନିୟମ ସହିତ ଉଦ୍ଧାର ହେଉଥିବା ଶିଶୁ ଶ୍ରମିକଙ୍କ ପୁନର୍ବାସ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସେ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଡ. ମୃତ୍ୟୁଞ୍ଜୟ ପଣ୍ଡା, ଇଣ୍ଟରନ୍ୟାସନାଲ ଜଷ୍ଟିସ ମିଶନର ଡିଭିଜନାଲ ମୁଖ୍ୟ ଅମିତ କୁମାର ନାୟକ, ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ବରିଷ୍ଠ ଆଇନଜୀବୀ ଦୀପକ କୁମାର ଦାସ, ଆଇନଜୀବୀ ସତ୍ୟେନ୍ଦ୍ର ଉମାଶଙ୍କର ରାଉତ ପ୍ରମୁଖ ଏଥିରେ ଯୋଗଦେଇ ଶିଶୁ ଶ୍ରମିକ ନିୟୋଜନ ନିରୋଧ ଆଇନ କାର୍ଯ୍ୟକାରିତାର ବିଭିନ୍ନ ଦିଗ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଜିଲା ଆଇନସେବା ପ୍ରାଧିକରଣର ସଚିବ ପ୍ରିୟ ରଂଜନ ଓଝା କାର୍ଯ୍ୟକ୍ରମ ପରିଚାଳନା ସହ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ