ସାତ ଜଣ ମୃତକଙ୍କ ପରିବାରକୁ ଭେଟିଲେ ବିଧାୟକ
ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୬ ଟି ଗ୍ରାମରେ ୭ ଜଣଙ୍କ ଆକସ୍ମିକ ମୃତ୍ୟୁ ହୋଇଥିବା ବେଳେ ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ପାଞ୍ଚ ପରିବାରଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ଭାବରଡ଼ା ଗ୍ରାମର ରାମହରି ବିଷୋୟୀ (୨୫) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଜୁନ ୨୩ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଟିକରପଡ଼ା ଗ୍ରାମର ପାଞ୍ଚାନନ ମହାରଣା (୪୫) ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ପୋଲସରା ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଜୁନ ୨୩ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଆଦିପୁର ଗ୍ରାମର ବାଳକୃଷ୍ଣ ନାୟକ ( ୨୮) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଜୁନ ୨୫ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ମାଳ ତେନ୍ତୁଳିଆ ଗ୍ରାମର ଚନ୍ଦନ ସ୍ବାଇଁ (୨୦) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଜୁନ ୨୬ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ଜୋକବନ୍ଧ ଗ୍ରାମର କୃତୀବାସ ବିଷୋୟୀ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଜୁନ ୨୬ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମର ଅଳିୟ ନାୟକ (୪୫) କୁଅରେ ପଡ଼ି ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ସେହି ଗ୍ରାମର କ୍ରିଷ୍ଣା କୁମାରୀ ଗୌଡ଼ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ମୃତକଙ୍କ ପରିବାର ନିକଟକୁ ଜୁନ ୨୭ ତାରିଖ ଦିନ ଯାଇ ସମବେଦନା ଜଣାଇଛଥିଲେ। ବିଧାୟକଙ୍କ ସହ ବିଭିନ୍ନ ଗ୍ରାମରେ ଜନପ୍ରତିନିଧି ଓ ଗ୍ରାମବାସୀ ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ।


