ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡାଙ୍କ ପରିଚାଳନାରେ ଆୟୋଜିତ ସଭାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଗଜପତି ଜିଲ୍ଲା ଶିଶୁ କଲ୍ୟାଣ କମିଟି ଅଧକ୍ଷ ଶ୍ରୀ ଅଶ୍ୱନି କୁମାର ମହାପାତ୍ର , ଡିଏସପି, ଡିଆଇବି ଶ୍ରୀ ଶ୍ରୀନିବାସ ଆଚାର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଗଜପତି ଜିଲ୍ଲାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଚାଇଲ୍ଡ ଲାଇନ, ଶିଶୁ ମଙ୍ଗଳ କମିଟି ଓ ସ୍ଥାନୀୟ ପୋଲିସକୁ ନେଇ କମିଟି ଗଠନ କରାଯାଇଛି ।ଏହି କମିଟି ଦ୍ବାରା ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଉଥିବା ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି। ୧୪ ବର୍ଷରୁ କମ ବୟସର ଶିଶୁଙ୍କୁ କୌଣସି କାମରେ ନିୟୋଜିତ କରିବା ଦଣ୍ଡନୀୟ ଅପରଦ। ୧୫ ରୁ ୧୮ ବର୍ଷ ମଧ୍ୟରେ କିଶୋରଙ୍କୁ ବିପଦସଙ୍କୁଳ କାମରେ ନିୟୋଜନକୁ ବାରଣ କରାଯାଇଛି। ଏହି ପରିକି କାମ କରାଉଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଯାଏଁ ଜୋରିମାନା ଦେବାକୁ ପଡ଼ିବ। କେବଳ ଜୋରିମାନା ନୁହେଁ, ଶିଶୁଙ୍କୁ କୌଣସି କାର୍ଯ୍ୟରେ ଓ କିଶୋରଙ୍କୁ (ବୃତ୍ତି ପ୍ରକ୍ରିୟା) ନୀୟୋଜନ କରୁଥିଲେ,୨ ବର୍ଷ ଯାଏଁ କାରାଦଣ୍ଡରେ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି। ଏହିପରି ଉଭୟ ଜେଲଦଣ୍ଡ ଓ ଜୋରିମାନା ହୋଇପାରେ। ସେହିପି ଦ୍ଵିତୀୟଥର ଭୁଲ ହେଲେ ୩ ବର୍ଷ ଯାଏଁ କାରାଦଣ୍ଡ ହୋଇପାରିବ। ୧୪ ବର୍ଷରୁ କମ ଶିଶୁଙ୍କୁ କୌଣସି କାର୍ଯ୍ୟରେ ନିୟୋଜନ କରିବା ଏବଂ ୧୫ ବର୍ଷରୁ ୧୮ ବର୍ଷ ମଧ୍ୟରେ କିଶୋରଙ୍କୁ ବିପଦସଙ୍କୁଳ କାର୍ଯ୍ୟରେ ନୀୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ। ୧୪ ବର୍ଷରୁ କମ୍ ବୟସର ପିଲାଙ୍କୁ କାମରେ ନିୟୋଜିତ କରିଛନ୍ତି କିମ୍ଵା ୧୫ ବର୍ଷରୁ ୧୮ ବର୍ଷ ମଧ୍ୟରେ ଲିଶୋରଙ୍କୁ ବିପଦ ସଙ୍କୁଳ ବୃତ୍ତି ବା ପ୍ରକ୍ରିୟାରେ ନିୟୋଜନ କରିଛନ୍ତି ତେବେ ଅବିଳମ୍ବେ ଜିଲ୍ଲାର ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରାନ୍ତୁ କିମ୍ଵା ଶ୍ରମିକ ସହାୟତା ହେଲପଲାଇନ୍ ନମ୍ବର ୧୫୫୩୬୮ଏବଂ ଚାଇଲ୍ଡ ଲାଇନ ନମ୍ବର ୧୦୯୮କୁ ଯୋଜାଯୋଗ କରନ୍ତୁ।ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଶ୍ରମ ଅଧିକାରୀ ଶ୍ରୀ ସୋମନାଥ ପାତ୍ରଙ୍କ ସମେତ ଚାଇଲଡ ଲାଇନର ସମସ୍ତ ସଦସ୍ୟ, ସଦସ୍ୟା ଓ ବିଭିନ୍ନ ବିଭାଗର ଅଧିକାରୀ ଗଣ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ