ଯୁକ୍ତ ତିନି ରେ ଟପ୍ପର ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟ ରେ ଚଳିତ ବର୍ଷ ଯୁକ୍ତ ତିନିରେ ଟପ୍ପର ହୋଇଥିବା ଛାତ୍ରୀ ମାନଙ୍କୁ ଏକ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ସୁମିତା ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗ ଦେଇ କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଂକୁ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟାପିକା ଡ଼ଃ ଯାଜ୍ଞଶିନୀ ପାଣିଗ୍ରାହୀ ଓ କବିତା ସାହୁ ଙ୍କ ସମେତ ବହୁ ଛାତ୍ରୀ ଓ ମହାବିଦ୍ୟାଳୟ ର ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ l