ପଳାସପୁର ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ):ଚୁଡ଼ାଙ୍ଗପୁର ପଞ୍ଚାୟତ ଅନ୍ତର୍ଗତ ପଳାସପୁର ସ୍ଥିତ ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁନିତି କୁମାରୀ ମହାରଣାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶୋକ କୁମାର ସାହୁ ପୌରହିତ୍ୟ କରିଥିବା ବେଳେ ମୂଖ୍ୟଅତିଥି ଭାବେ ସାନଖେମୁଣ୍ଡି ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାମଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମ ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁକଦେବ ମଲ୍ଲିକ , କ୍ଲଷ୍ଟର ସଂଯୋଜକ ଅଶୋକ କୁମାର ମଲିକ ପ୍ରମୁଖ ଉପସ୍ଥିତ ଶିକ୍ଷାର୍ଥୀଙ୍କୁ ମିଳିତ ଭାବେ ପୋଷାକ ବିତରଣ କରିଥିଲେ । ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢୁଥିବା ମୋଟ ୨୦୯ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଥିଲା । ସହକାରୀ ଶିକ୍ଷକ ଦଣ୍ଡପାଣି ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶଙ୍କର ପ୍ରଧାନ, ପ୍ରିୟଙ୍କା ଭୂୟାଁ, ଅନୁସୟା ସେଠି, ସୁଜାତା ରଣାଙ୍କ ସମେତ ସମସ୍ତ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ