ଜୁନାଗଡ଼ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ) :ଆଜି ଜୁନାଗଡ଼ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦର୍ୱାନ୍ ,ବ୍ଲକ ଅଧ୍ୟକ୍ଷ ସବିତା ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୨୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


