ଶିକ୍ଷକସଂଘ ସମ୍ପାଦକଙ୍କୁ ସମ୍ବର୍ଦ୍ଧନା

ହାଟଡିହିି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସଂଘର ସମ୍ପାଦକ ତଥା ଅସିଆ ମୁଣ୍ଡାସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅନନ୍ତ ଗୋପାଳ ବେହେରାଙ୍କୁ ଅବସର ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ କପୁଣ୍ଡି ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ସଭାପତି ଶ୍ରୀକାନ୍ତ ବିଶ୍ୱାଳ, ସମ୍ପାଦକ ପ୍ରଦୀପ କୁମାର ନାୟକ, କୋଷାଧ୍ୟକ୍ଷ ନିତ୍ୟାନନ୍ଦ ବାରିକଙ୍କ ସମେତ ଅନ୍ୟ କର୍ମକତ୍ତା ମାନେ ଉପସ୍ଥିତ ରହି ଶ୍ରୀଯୁକ୍ତ ବେହେରାଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ବେହେରା ଜଣେ ସୁ ଶିକ୍ଷକ, ଦୃଢ଼ ସଂଗଠକ ଓ ପରୋପକାରୀ ବୋଲି ସଭାପତିଙ୍କ ସମେତ ଉପସ୍ଥିତ କର୍ମକର୍ତ୍ତାମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ