ପୁଣି ଓଡ଼ିଶା ଷ୍ଟାଫ ସିଲେକ୍ସନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ନେଇ ଅଭିଯୋଗ

ଭଦ୍ରକ, (ଯୁଗାବ୍ଦ ନ୍ୟୁଜ):ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଓଡ଼ିଶା ଷ୍ଟାଫ ସିଲେକ୍ସନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ନେଇ ଅଭିଯୋଗ ହୋଇଛି। ଏହାକୁ ନେଇ କଲେଜରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଆଗରେ ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି କାରଣରୁ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଘଟଣାସ୍ଥଳରେ ଉପଜିଲ୍ଲାପାଳ ପହଞ୍ଚି ପରୀକ୍ଷାର୍ଥୀ ମାନଙ୍କୁ ବୁଝାସୁଝା କରୁଥିବା ଜଣାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ