ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଆଜି ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ପଂଚାୟତ ଅନ୍ତର୍ଗତ ହରିହର ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଭାଗିନୀ ମହାପାତ୍ର ଅବସର ଗ୍ରହଣ କରିଥିବା ବେଳେ ବିଦ୍ୟାଳୟ ପରିସରରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ, ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମଧୁସୂଦନ ସେଠୀ,ପ୍ରାକ୍ତନ ସିଆରସିସି ବାଳକୃଷ୍ଣ ସାବତ ପ୍ରମୁଖ ମଞ୍ଚାସୀନ ରହି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଅଭାଗିନୀ ମହାପାତ୍ରଙ୍କୁ ମାନପତ୍ର ଏବଂ ଉପଢ଼ୌକନ ଦେଇ ସମ୍ମାନୀତ କରିଥିଲେ I ଶିକ୍ଷକ ଛାୟାକାନ୍ତ ମହାପାତ୍ର ମଞ୍ଚ ପରି ଚାଳନା କରିଥିଲେ I ସେହିପରି ଶ୍ରୀମତୀ ମହାପାତ୍ରଙ୍କୁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଧ୍ୟ ପେନସନ୍ ସମ୍ବନ୍ଧୀୟ କାଗଜପତ୍ର ପ୍ରଦାନ କରାଯିବା ସହିତ ସମ୍ବର୍ଦ୍ଧିତ କରାଯାଇଥିଲା I ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏବିଇଓ ଶ୍ରୀ ପାଢୀ,ପ୍ରାଥମିକ ଶିକ୍ଷକସଂଘ ସଭାପତି ବସନ୍ତ ଜେନା, ସମ୍ପାଦକ ବାଳକୃଷ୍ଣ ସାବତ, ସଙ୍ଗଠକ ସନ୍ତୋଷ କୁମାର ପଟ୍ଟନାୟକ,ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀ,ଶିକ୍ଷକ ସୁବ୍ରତ ପାତ୍ର, କିରାଣୀ ଶରତ ଚନ୍ଦ୍ର ରଥ, କମଳଲୋଚନ ଦୋରା,ସିଆରସିସି,ସହକାରୀ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ବେହେରା, ଅଚ୍ୟୁତ ବ୍ରହ୍ମା, କ୍ରିଷ୍ଣା ଦେବୀ,ଜୟରାମ ବିଶ୍ୱାଳ, ଗୌରହରି ପରିଡ଼ା, ଗୌରାଙ୍ଗ ମଳିକ, ନରେଶ ବ୍ରହ୍ମା,ନମିତା ତ୍ରିପାଠୀ,କାଳୁଗୌଡ଼,ଦେବବ୍ରତ ଦାସ ପ୍ରମୁଖ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ