ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବେଠିଆ ବୋରଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବିଶ୍ବାଳ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଶିବରାମ ଜେନା, ସମ୍ମାନିତ ଅତିଥି ଭାବେ ସିଆରସିସି ମାନସ ରଞ୍ଜନ ସେଠୀ, କୁଞ୍ଜବନ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରଘୁନାଥ ସେଠୀ, ଓ ଗାନ୍ଧିଗ୍ରାମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ବେହେରା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷକ ସିତରାମ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷକ ନୀଳାଦ୍ରି ବିହାରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଏସଏମସି ସଭାପତି ଓ ମେମ୍ବର ବୃନ୍ଦ ଏବଂ ଗ୍ରାମବାସୀ ବୃନ୍ଦ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ