ଡାକରାବାଡି ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ଡାକରାବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଗୌଡ଼ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିଆରସିସି ସୁଶାନ୍ତ କୁମାର ସେଠୀ, ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ଧୋବା ସ୍ବାଇଁ ଓ ଅଙ୍ଗନୱାଡି କର୍ମୀ ଜୟନ୍ତୀ ସ୍ବାଇଁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ସଂଗୀତା କୁମାରୀ ମଲ୍ଲିକ ଓ ସନ୍ତୋଷ କୁମାର ସ୍ୱାଇଁ ପରିଚାଳନାରେ ସହଯୋଗ କରିଥିବା ବେଳେ ସହକାରୀ ଶିକ୍ଷକ ଆଦିତ୍ୟ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ