ପୂର୍ବତନ ବିଧାୟିକାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ପୂର୍ବତନ ବିଧାୟିକା ତଥା କଟକ ମହାନଗର ନିଗମର ମେୟର ସ୍ୱର୍ଗତା ନିବେଦିତା ପ୍ରଧାନଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ଅମର ଭବନରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେପି ନେତା ତଥା ଆଇନଜୀବୀ ବୈଦ୍ୟନାଥ ଚାଟାର୍ଜୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସାମ୍ବାଦିକ ସଚ୍ଚିଦାନନ୍ଦ ବେହେରା, ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ନୃସିଂହ ପ୍ରସାଦ ପତ୍ରୀ, ଶିଶୁ ମନ୍ଦିରର ସମ୍ପାଦକ ହିମାଂଶୁଶେଖର ଦାଶ, ଆଇନିଜୀବୀ ଫକିର ବେହେରା, ପୂର୍ବତନ କାଉନସିଲର ସମୀର ଦାସ, କିଷାନ ସଙ୍ଘର ଜିଲ୍ଲା ସଭାପତି ଚିନ୍ମୟ ଦାସ, ସମାଜସେବୀ ପ୍ରଭାତରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ସ୍ୱର୍ଗତା ପ୍ରଧାନଙ୍କର ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ