ଆଜି ସୋମବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ପାରିବାରିକ ଜୀବନ ସୁଖମୟ ହେବ ଆଶା କରୁଥିବା ଦିଗରୁ ସଫଳତା ମିଳିବ ଧନ ମାନ ସମ୍ମାନ ପ୍ରାପ୍ତିର ଯୋଗ ରହିଛି ‌।ସନ୍ତାନ ସନ୍ତତିମାନେ ନିଜର ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତ ହେବେ କର୍ମ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।ମହିଳାମାନେ ପରିବାରରେ ଆଦରଣୀୟା ହେବେ ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।ପ୍ରତିକାର ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ

ବୃଷ :-ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି ‌ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି।ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ‌।ପ୍ରତିକାର ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।

ମିଥୁନ :-ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ ‌ଆଶା କରୁଥିବା ଦିଗରୁ ସଫଳତା ମିଳିବ ଶତୃମାନେ ପରାଜିତ ହେବେ।ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ‌ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।ବିଦ୍ୟାର୍ଥିମାନେ ବିଦ୍ଯାକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ ଓ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।ପ୍ରତିକାର- ଓଁ ଗ° ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।

କର୍କଟ :-ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେଏପରିକି ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ।କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଶୁଭ ଫଳ ପାଇବେ।ପ୍ରତିକାର-କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ :-ଆଜି ମନ ଅସ୍ଥିର ରହିବ କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

କନ୍ୟା :-ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହେବେ।
ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।

ତୁଳା :-ଆଜିର ଦିନ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ ଦେହ ମନ ସୁସ୍ଥ ରହିବ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭ ଫଳ ମିଳିବ
ମହିଳାଙ୍କର କାର୍ଯ୍ୟ ଘରେ ବାହାରେ ସବୁଠି ପ୍ରଶଂସନୀୟ ହେବ ବହୁ ପ୍ରତିକ୍ଷୀତ ଶୁଭ ସମାଚାର ଶୁଣି ଖୁସି ହେବେ ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ବିଛା :-ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ ପୈତୃକ ଗୃହ ଜମିକୁ ନେଇ ବିବାଦ ଦେଖାଦେଇପାରେ ଯଗିରଖି ଭାବିଚିନ୍ତି ଚଳନ୍ତୁ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ରହିବ।ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

ଧନୁ :-ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ‌। କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ ପାରିବାରିକ ସମସ୍ୟା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ଦାମ୍ପତ୍ୟ ଜୀବନ ସୁଖମୟ ହେବ।ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କମ୍ ପରିଶ୍ରମରେ ଅଧିକ ଲାଭବାନ ହେବେ ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ମକର :-ଆଜି ଦେବ ଦର୍ଶନ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭ ଫଳ ମିଳିବ ହସଖୁସିରେ ଦିନ ଅତିବାହିତ କରିବେ।କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ପଦ ପଦବୀ ମିଳିବା ସହ ସମ୍ମାନିତ ହେବେ।ଶାରୀରିକ ମାନସିକ ଆର୍ଥିକ ଅଭିବୃଦ୍ଧି ଘଟିବ ଦାମ୍ପତ୍ୟ ଜୀବନ ସୁଖମୟ ହେବପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

କୁମ୍ଭ :-ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ବିଚଳିତ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ସହ ମନୋମାଳିନ ଦେଖାଦେଇପାରେ। ବ୍ୟବସାୟ ତରଳ ଜାତୀୟ ବାଣିଜ୍ୟ ବ୍ୟବସାୟ କରୁଥିଲେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

ମୀନ :-ଆଜି ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି।ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ ଶତ୍ରୁମାନେ ପରାଜିତ ହେବେ ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ ଦକ୍ଷତା ଯୋଗ୍ୟତା ବଳରେ କର୍ମ ନିଯୁକ୍ତି ପାଇବାର ସମ୍ଭାବନା ଅଧିକ ରହିଛି।ପିତା ମାତାଙ୍କ ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେବ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସମ୍ମାନିତ ହେବେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ